Page Nav

HIDE

Grid

GRID_STYLE

Classic Header

Breaking News:

latest

ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପ୍ରତିନ୍ଦ୍ବନ୍ଦ୍ବୀ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ।

୨୦/୦୭/୨୦:ଗତ କିଛି ମାସ ଧରି ଅସୁସ୍ଥ ଥିବା ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ତା...


୨୦/୦୭/୨୦:ଗତ କିଛି ମାସ ଧରି ଅସୁସ୍ଥ ଥିବା ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ତାଙ୍କର ପରଲୋକ ସହ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଘଟିଛି । ଓଡ଼ିଆ ଚଳଚ୍ଚିତ୍ରକୁ ପ୍ରତିଷ୍ଠିତ କରିବାରେ ତାଙ୍କ ଉଲ୍ଲେଖନୀୟ ଅବଦାନ ଥିଲା ।

ଆଜି ସଂଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହେବାରୁ ତାଙ୍କୁ ସୋମବାର ସଂଧ୍ୟାରେ ଭୁବନେଶ୍ୱରସ୍ଥିତ କେୟାର ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ କିଛିଦିନ ଧରି ସେ କେୟାର ହସପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ଘରକୁ ଯିବାକୁ ଇଚ୍ଛା କରିବାରୁ ତାଙ୍କୁ କିଛିଦିନ ତଳେ ସହିଦ ନଗରସ୍ଥିତ ଆପାର୍ଟମେଣ୍ଟକୁ ଅଣାଯାଇଥିଲା । ଆଜି ପୁଣି ସେ ନିଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବା ପରେ ତାଙ୍କୁ କେୟାର ହସପିଟାଲରେ ରେ ଭର୍ତ୍ତି କରାଯାଇଥିଲା । ଗତ ମାସରେ ତାଙ୍କୁ ହାଇଦ୍ରାବାଦର ଏକ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଗତ ୪/୫ ବର୍ଷ ହେବ ସେ ହାଇଦ୍ରାବାଦରେ ଥିବା ତାଙ୍କ ଝିଅ ପାଖରେ ରହୁଥିଲେ ।

ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା, ଦିଲ୍ଲୀରୁ ପ୍ରଶିକ୍ଷଣପ୍ରାପ୍ତ ବିଜୟ ମହାନ୍ତି ୧୯୭୬ ମସିହାରେ ‘ନାଗଫାଶ’ ଚଳଚ୍ଚିତ୍ରରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ଉଚ୍ଚକୋଟୀର ଅଭିନୟ ନିମନ୍ତେ ସେ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଛନ୍ତି। ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଉତ୍କଳ ସଂଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ କାର୍ଯ୍ୟ ନିର୍ବାହ କରିଥିଲେ। ‘ଭୁଲି ହୁଏନା’ ନାମକ ଏକ ଚଳଚ୍ଚିତ୍ରରେ ସେ ନିର୍ଦେଶନା ଦେଇଛନ୍ତି। ନ୍ୟାସନାଲ ସ୍କୁଲ୍ ଅଫ୍ ଡ୍ରାମାରେ ପଢିବା ବେଳେ ବିଶିଷ୍ଟ ବଲିଉଡ ଅଭିନେତା ନାସିରୁଦ୍ଦିନ ଶାହା, ରାଜବବର ଓ ଓମ ପୁରୀ ତାଙ୍କର ସହପାଠୀ ଥିଲେ ।

No comments