Page Nav

HIDE

Grid

GRID_STYLE

Classic Header

Breaking News:

latest

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣ...


MeT Dept forecasts heavy rain in Odisha's 11 districts, issues ...

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରପୁଟ, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ମୟୁରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ରହିଛି। ସେହିପରି ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେତୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଜରୁରୀ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦେବା ସହିତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ବାରଣ କରିଛି।                                                                                                                             ଆସନ୍ତାକାଲି ପାଗ ମୁଖ୍ୟତଃ ଶୁଖିଲା ରହିବ। ପୁଣି ଆସନ୍ତା ୧୮ ତାରିଖରୁ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ରୁ ୧୯ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ସମ୍ବଲପୁର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

No comments