Page Nav

HIDE

Grid

GRID_STYLE

Classic Header

Breaking News:

latest

କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା।

୦୪।୦୮:କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର କରୋନା ଭାଇରସ ସଂକ୍ରମଣରେ ଆକ୍ରାନ୍ତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ...


୦୪।୦୮:କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର କରୋନା ଭାଇରସ ସଂକ୍ରମଣରେ ଆକ୍ରାନ୍ତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସେହିପରି ଶ୍ରୀ ପ୍ରଧାନ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ବୋଲି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଓ ପିସିସି ସଭାପତି ନିରଂଜନ ପଟ୍ଟନାୟକ ମଧ୍ୟ ଆରୋଗ୍ୟ କାମନା କରିଛନ୍ତି।ସୂଚନାଯୋଗ୍ୟ, ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା ସଂକ୍ରମଣ ହେବା ନେଇ ସେ ନିଜେ ଟୁଇଟ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜ ଟୁଇଟର ହ୍ୟାଣ୍ଡେଲ ଜରିଆରେ ଉଲ୍ଲେଖ କରିଛନ୍ତି ଯେ, କୋଭିଡ ଲକ୍ଷଣ ଦେଖିବା ପରେ ମୁଁ ଟେଷ୍ଟ କରାଇଥିଲି। ଟେଷ୍ଟରେ ମୋର ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍‌ପିଟାଲରେ ଭର୍ତ୍ତି ହୋଇଛି। ମୁଁ ଏବେ ସୁସ୍ଥ ଅଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

No comments