Page Nav

HIDE

Grid

GRID_STYLE

Classic Header

Breaking News:

latest

ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟ ରେ କିଛି କିଛି ସ୍ଥାନରେ ବର୍ଷା । ଦୁର୍ବଳ ହୋଇ ପାରେ ମୌସୁମୀ । ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯିବାର ଆଶଙ୍କା ରହିଛି। ତେବେ ଭଲ ବ...

ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟ ରେ କିଛି କିଛି ସ୍ଥାନରେ ବର୍ଷା । ଦୁର୍ବଳ ହୋଇ ପାରେ ମୌସୁମୀ ।



ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯିବାର ଆଶଙ୍କା ରହିଛି। ତେବେ ଭଲ ବର୍ଷା ହେଲେ ମୌସୁମୀ ପୁଣି ଥରେ ସକ୍ରିୟ ହୋଇପାରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି। ଅନ୍ୟପଟେ ଆସନ୍ତାକାଲିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ‌ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅନ୍ୟପଟେ ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନ‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ବିଶେଷ କରି ଢେଙ୍କାନାଳ, ରାୟଗଡ଼ା, କେନ୍ଦୁଝର, ନବରଙ୍ଗପୁର, ଅନୁଗୁଳ, ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଥିବା ସୂଚନା ମିଳିଛି।

No comments