Page Nav

HIDE

Grid

GRID_STYLE

Classic Header

Breaking News:

latest

ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ସବୁ ବନ୍ଦ। । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍ ପରିଚାଳନା ସମୀକ୍ଷା ବେଳେ ଏଭଳ...

ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ସବୁ ବନ୍ଦ।



। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍ ପରିଚାଳନା ସମୀକ୍ଷା ବେଳେ ଏଭଳି ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। 

ଫଳରେ ଅନ୍‌ଲକ୍-୪ରେ ସ୍କୁଲ, କଲେଜ ଖୋଲିବା ନେଇ ଯେଉଁ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା, ସେଥିରେ ପରିସମାପ୍ତି ଘଟିଛି। କେନ୍ଦ୍ର ସରକାର ଏ ସଂକ୍ରାନ୍ତ ନିଷ୍ପତ୍ତି ନେଲେ ବି ରାଜ୍ୟରେ ସ୍କୁଲ, କଲେଜ ଖୋଲିବାର ନାହିଁ।

ଏହି ଅବସରରେ ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମ୍‌ଏସ୍‌ଏମ୍ଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଉପରେ ଅଧିକ ଫୋକସ୍‌ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ବ୍ୟକ୍ତି ଯେପରି ଓଡିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବ।

No comments