Page Nav

HIDE

Grid

GRID_STYLE

Classic Header

Breaking News:

latest

ମୌସୁମି ସକ୍ରିୟ, ଆଜି ରାତିରୁ ବର୍ଷା

୦୮।୦୮:ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଘ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପରିସ୍ଥିତି ଅନୁକୂଳ ରହିଛି। ୯ ତାରିଖ ବେଳକୁ ଏହା ଘନିଭୂତ ହେବ। ଏ...


୦୮।୦୮:ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଘ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପରିସ୍ଥିତି ଅନୁକୂଳ ରହିଛି। ୯ ତାରିଖ ବେଳକୁ ଏହା ଘନିଭୂତ ହେବ। ଏହାର ପ୍ରଭାବରେ ଶନିବାର ରାତିରୁ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ଆରମ୍ଭ ହେବ। ଉପକୂଳ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଏଥିସହ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଲଘୁଚାପ ସୃଷ୍ଟି ହେଲେ ଉପକୂଳ ଜିଲାର ପ୍ରାୟ ସବୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଶନିବାର ରାତି ବେଳକୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୮ ତାରିଖରେ ଜଗତସିଂହପୁର, ପୁରୀ, ଗଞ୍ଜାମ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବିଜୁଳ ଓ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାରୁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ସମ୍ଭାବନା ଭିତରେ ମୌସୁମି ବାୟୁ ସକ୍ରିୟ ଥିବା ହେତୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୯ରୁ ୧୧ ତାରିଖ ମଧ୍ୟରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି। ୧୦ ତାରିଖରେ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ନବରଙ୍ଗପୁର, ଗଞ୍ଜାମ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ସେହିପରି ମାଲକାନଗିରି, ପୁରୀ, ଖୋର୍ଦ୍ଧା, ସୋନପୁର, ସମ୍ବଲପୁର ଏବଂ ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହୋଇପାରେ।

No comments