Page Nav

HIDE

Grid

GRID_STYLE

Classic Header

Breaking News:

latest

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ;

୦୪।୦୮:ଆଜି ଉତ୍ତର ବଙ୍ଗୋପସାଗରରେ ଗୋଟିଏ ଲଘୁଚାପବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୬ ତାରି...


୦୪।୦୮:ଆଜି ଉତ୍ତର ବଙ୍ଗୋପସାଗରରେ ଗୋଟିଏ ଲଘୁଚାପବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୬ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ଓ ସ୍ଥାନେସ୍ଥାନେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ୩ ଦିନ ଯାଏ ପବନର ଘଣ୍ଟା ପ୍ରତି ବେଗ ୪୦ରୁ ୫୦ କିମି ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ସାମ୍ଭାବ୍ୟ ଲଘୁଚାପ ମୌସୁମୀ ଟ୍ରଫକୁ ଉତ୍ତରରୁ ଦକ୍ଷିଣମୁହାଁ କରିଛି। ଏବେ ମୌସୁମୀ ଟ୍ରଫ ଲାଇନ ଗଙ୍ଗାନଗର, ଗୋଣ୍ଡା, ଅଜମଗଡ଼, ଗୟା, ଜାମସେଦପୁର, ଦୀଘା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଏଥିସହ ୧୬ ଡିଗ୍ରି ଉତ୍ତର ଅକ୍ଷାଂଶରେ ସମୁଦ୍ର ପତନଠାରୁ ୫.୮ କିମି ଓ ୭.୬ କିମି ମଧ୍ୟରେ ଏକ ପୂର୍ବ-ପଶ୍ଚିମ ସିଅର୍ ଜୋନ୍ ରହିଛି। ଫଳରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହ ଭଲ ବର୍ଷା ହେବାର ସମ୍ଭାବନା ସ୍ପଷ୍ଟ ହୋଇଛି।
୪ ତାରିଖରେ ଓଡ଼ିଶାର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୫ ତାରିଖରେ ରାଜ୍ୟର ପ୍ରାୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୬ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଦିନ ସୁନ୍ଦରଗଡ଼, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

No comments