Page Nav

HIDE

Grid

GRID_STYLE

Classic Header

Breaking News:

latest

ମାଡି ଆସୁଛି

ମାଡି ଆସୁଛି ଲଘୁଚାପ।୭ ଜିଲ୍ଲା ରେ ପ୍ରବଳ ବାର୍ଷିବ। ବଙ୍ଗୋପସାଗର ଓ ଓଡ଼ିଶା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ...

ମାଡି ଆସୁଛି ଲଘୁଚାପ।୭ ଜିଲ୍ଲା ରେ ପ୍ରବଳ ବାର୍ଷିବ।


ବଙ୍ଗୋପସାଗର ଓ ଓଡ଼ିଶା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। । ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ଯାଏ ସ‌ାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। 


ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି। ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ‌‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

No comments