ରାଜ୍ୟରେ ପ୍ରବଳ ରୁ ପ୍ରବଳ ବର୍ଷା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ। ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘର୍ଣ୍ଣିବଳୟ ପ୍ରଭାବରେ...
ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ବହୁତ ଅଧିକ ରହିଛି। ତେବେ, ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ସୋନପୁର, ସମ୍ବଲପୁର, ବଲାଙ୍ଗୀର ଏବଂ ବରଗଡ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟା ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି।


No comments