Page Nav

HIDE

Grid

GRID_STYLE

Classic Header

Breaking News:

latest

ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସଙ୍କ ଦେହାନ୍ତ

ରବିବାର ଦିନ ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ଅଜିତ ଦାସଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା...


ରବିବାର ଦିନ ଖ୍ୟାତନାମା ଓଡ଼ିଆ ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ଅଜିତ ଦାସଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା।

ସେ‌ପ୍ଟେମ୍ବର ୧ ତାରିଖ ଦିନ ସେ କୋଭିଡ୍-୧୯ ପଜିଟିଭ୍ ଥିବା ଜଣାପଡ଼ିବା ପରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। କିନ୍ତୁ, ଡାକ୍ତରଖାନା ତରଫରୁ ତାଙ୍କ ମୃତ୍ୟୁର କାରଣ ଘୋଷଣା କରାଯାଇନାହିଁ।
‘ନ୍ୟାସ୍‌ନାଲ୍ ସ୍କୁଲ୍ ଅଫ୍ ଡ୍ରାମା’ରୁ ଅଭିନୟରେ ଡିପ୍ଲୋମା ହାସଲ କରିବା ପରେ ୧୯୭୬ ମସିହାରେ ପ୍ରଥମେ ‘ସିନ୍ଦୂର ବିନ୍ଦୁ’ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିଲେ। ଏଥିରେ ସେ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ।
ଏହାପରେ ସେ ‘ଅଭିମାନ’, ‘ଗୌରୀ’, ବଳିଦାନ’, ‘ଗୋଲାମଗିରି’, ‘ଏ ନୁହେଁ କାହାଣୀ’, ‘ଫୁଲଚନ୍ଦନ’, ‘ହାକିମବାବୁ’, ‘ସହରୀବାଘ’, ‘ମମତାର ଡୋରି’, ‘ଏଇ ତ ଦୁନିଆ’, ‘ତୁଣ୍ଡବାଇଦ’, ‘ମୁଁ ତୁମେ ଓ ସେ’, ‘ପ୍ରେମଋତୁ ଆସିଲାରେ’, ‘ଆମ ଭିତରେ କିଛି ଅଛି’ ଏବଂ ‘ଅଭିମନ୍ୟୁ’ ଭଳି ପ୍ରାୟ ୭୦ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ‘ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍‌’ ବ୍ୟାନରରେ ପ୍ରସ୍ତୁତ ତାଙ୍କ ଅଭିନୀତ ‘ହାକିମବାବୁ’ ରାଷ୍ଟ୍ରୀୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଥିଲା। ସେହି ଚଳଚ୍ଚିତ୍ର ଲାଗି ସେ ମଧ୍ୟ ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ।

ସେ ଉତ୍କଳ ସଙ୍ଗୀତ ନାଟକ ମହାବିଦ୍ୟାଳୟରେ ବିଭାଗୀୟ ମୁଖ୍ୟ ଭାବେ ଅବସର ଗ୍ରହଣ କରିଥିଲେ। ନି‌ଜେ ମଧ୍ୟ ‘ଅଜିତ’ ନାମରେ ଏକ ନାଟ୍ୟ ସଂସ୍ଥା ସ୍ଥାପନ କରି ବହୁ ନୂତନ କଳାକାର ସୃ‌ଷ୍ଟି କରିଥିଲେ।

୧୯୪୯ ମସିହା ଜାନୁଆରି ୨୦ ତାରିଖ ଦିନ ସେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଠାରେ ଜନ୍ମ ଗ୍ରହଣ କରିଥିଲେ।

No comments