ଓଡ଼ିଶା ରେ ଆଜି ସର୍ବାଧିକ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ ସହ ୭୫୨ ସର୍ବାଧିକ ରେଟ କୁ ଗତି କରୁଛି। ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।...
୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୬୮୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୮୧୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୫୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୯୫୬୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


No comments