Page Nav

HIDE

Grid

GRID_STYLE

Classic Header

Breaking News:

latest

୭ ରେ ଆଉ ଏକ ଲଘୁଚାପ। ୫ ଦିନ ବର୍ଷିବ। ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ଜଳବନ୍ଦୀ ସମସ୍ୟା, ମାଟି ଘର ଭାଙ୍ଗିବା ସହ ରାସ୍ତା ଧୋଇଯିବାର ସମ୍ଭାବନା ରହିଛି। ...

୭ ରେ ଆଉ ଏକ ଲଘୁଚାପ। ୫ ଦିନ ବର୍ଷିବ।



ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ଜଳବନ୍ଦୀ ସମସ୍ୟା, ମାଟି ଘର ଭାଙ୍ଗିବା ସହ ରାସ୍ତା ଧୋଇଯିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷା ଓ ଜଳବନ୍ଦୀ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଓଡ଼ିଶା ଉପକୂଳ ମୁହାଁ ହେବ। ପ୍ରଭାବରେ ଅକ୍ଟୋବର ପହିଲାରେ ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏଥିସହ କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ଜିଲ୍ଲାଗୁଡିକରେ ଘଡଘଡ଼ି ସହ ବଜ୍ରପାତ ହୋଇପାରେ।

No comments