ମାଡି ଆସୁଛି ଆଉ ଏକ ଲଘୁଚାପ୨୦ ରେ ପ୍ରବଳ ବର୍ଷିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ...
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପର ରୂପରେଖ ଆଗାମୀ ଦିନରେ ସ୍ପଷ୍ଟ ହୋଇଯିବ।
ଅନ୍ୟପଟେ ମୌସୁମୀ ଏବେ ରାଜ୍ୟରେ ଦୁର୍ବଳ ରହିଛି। ତେଣୁ ଆସନ୍ତା ୩ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ପାଗ ଶୁଖିଲା ଓ ଖରାଟିଆ ରହିବ। ତାପମାତ୍ରା ସ୍ବାଭାବିକଠାରୁ ୨/୩ ଡିଗ୍ରି ଅଧିକ ରହିବ। ୩ ଦିନ ଧରି ଏପରି ସ୍ଥିତି ଲାଗି ରହିବା ପରେ ୧୯ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ। ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା କରାଇବ।
ନବରଙ୍ଗପୁର ଜିଲ୍ଲା ଝରିଗାମ୍ରେ ସର୍ବାଧିକ ୭୧.୮ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାବ୍ୟତୀତ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ୪୨.୬ମିମି, ଗଞ୍ଜାମ ଜିଲ୍ଲା ଆସିକାରେ ୩୫.୪ମିମି, କନ୍ଧମାଳ ଜିଲ୍ଲା କୋଟାଗଡ଼ରେ ୫୨.୦ମିମି ଓ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ୩୧.୪ମିମି ଲେଖାଏଁ ବର୍ଷା ହୋଇଯାଇଛି।


No comments