Page Nav

HIDE

Grid

GRID_STYLE

Classic Header

Breaking News:

latest

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରହିଛି କିଛି ଜିଲ୍ଲା ରେ ବର୍ଷା ଓ ଘୂର୍ଣ୍ଣିଝଡ଼। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୮ ତାରିଖ, ମଙ୍ଗଳବାର ଅପରାହ୍ନ ମଧ୍ୟରେ ...

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରହିଛି କିଛି ଜିଲ୍ଲା ରେ ବର୍ଷା ଓ ଘୂର୍ଣ୍ଣିଝଡ଼।



ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୮ ତାରିଖ, ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା, ବରଗଡ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଓଡିଶା, ସମେତ କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେଣୁ, ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଗଣ ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।

No comments