Page Nav

HIDE

Grid

GRID_STYLE

Classic Header

Breaking News:

latest

ଆଜିଠୁ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି।

ଆଜିଠୁ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ପାଗ ସାମାନ୍ୟ ବଦଳିଛି । କେତେକ ଜାଗାରେ ଅସରାଏ ଲେଖାଏଁ ବର୍ଷା ବି ହୋଇଛି । ବୁଧବାର ମଧ୍ୟ ରାଜ୍ୟର ଅନେକ ସ୍ଥ...

ଆଜିଠୁ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ପାଗ ସାମାନ୍ୟ ବଦଳିଛି । କେତେକ ଜାଗାରେ ଅସରାଏ ଲେଖାଏଁ ବର୍ଷା ବି ହୋଇଛି । ବୁଧବାର ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ ।

ପାଣିପାଗ ବିଭାଗ କହିଛି, ବୁଧବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସୋନପୁର, ସମ୍ବଲପୁର, ବଲାଙ୍ଗିର, ବରଗଡ଼ର କେତେକ ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଏହାବାଦ୍‌ ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି ଓ ଅନୁଗୁଳ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମଙ୍ଗଳବାର ରାଜ୍ୟର କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ବାଲେଶ୍ୱର, ଚାନ୍ଦବାଲି, ପୁରୀ, ବାରିପଦା, ଛତ୍ରପୁରରେ ଅସରାଏ ଲେଖାଏଁ ବର୍ଷା ହୋଇଛି । ରାତି ଭିତରେ ଅନେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଗୁରୁବାରଠାରୁ ବିଶେଷ ବର୍ଷା ସମ୍ଭାବନା ନାହିଁ । ତଥାପି ସ୍ଥାନେ ସ୍ଥାନେ ଅସରାଏ ବର୍ଷା ହୋଇପାରେ ।

 

No comments