Page Nav

HIDE

Grid

GRID_STYLE

Classic Header

Breaking News:

latest

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ,ପୁରୀ,ଖୋର୍ଦ୍ଧା ସମତେ ୧୭ଟି ଜିଲ୍ଲା ରେ ଝଡବର୍ଷା ର ସମ୍ବାବନା ରହିଛି। ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନ ଉପ...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ,ପୁରୀ,ଖୋର୍ଦ୍ଧା ସମତେ ୧୭ଟି ଜିଲ୍ଲା ରେ ଝଡବର୍ଷା ର ସମ୍ବାବନା ରହିଛି।



ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନ ଉପରେ ସୃଷ୍ଟି ହୋଇଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଅନ୍ୟପକ୍ଷରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଦାନା ବାନ୍ଧୁଥିବା ଲଘୁଚାପ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ସ୍ପଷ୍ଟ ରୂପ ନେବ। ଏହାର ପ୍ରଭାବରେ ୪ରୁ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

No comments