୧୨ ଯାଏ କାଳବୈଶାଖୀ କିଛି ଜିଲ୍ଲା ରେ ବର୍ଷା ସହ ଘଡଘଡି। ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ...
ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉପକୂଳ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ନୂଆପଡା, ବଲାଙ୍ଗୀର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।


No comments