ଓଡ଼ିଶାରେ ପ୍ରବଳ ରୁ ପ୍ରବଳ ବର୍ଷା ବଙ୍ଗୋପସାଗର ରେ ଘନୀଭୂତ ହେଲା ଲଘୁଚାପ। ତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେବା ସହ ସଂପ୍ରତି ...
ରେ ଘନୀଭୂତ ହେଲା ଲଘୁଚାପ।
ତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେବା ସହ ସଂପ୍ରତି ଉତ୍ତର-ପଶ୍ଚିମ ଉପକୂଳରେ ଅବସ୍ଥିତ ରହିଛି। ଏଥିସହ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବ୍ୟାପିଛି। ଏହା ଆଗାମୀ ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ସେପ୍ଟେମ୍ବର, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗୀର ପ୍ରଭୃତି ୫ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଓ୍ଵାର୍ଣ୍ଣିଂ ବା ଲାଲ୍ ଚେତାବନୀ ଜାରି କରାଯାଇଛି।
ଏହା ବ୍ୟତୀତ ଏହି ସମୟ ମଧ୍ୟରେ କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାସହ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।


No comments