ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଅଗଷ୍ଟ ୪ ତାରିଖ, ଶୁକ୍ରବାର ଅପର...
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଅଗଷ୍ଟ ୪ ତାରିଖ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର ଏକ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଗଣ ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି।
ଏହି ସମୟ ମଧ୍ୟରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେଓଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।


No comments