ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀ...
ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏହା ଆଗରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଥିଲା।
ତେବେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ। ତେବେ ଏକାଧିକ ବାର ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବାର ତାରିଖ ବଦଳୁଥିବା ହେତୁ ଛାତ୍ରଛାତ୍ରୀ ଓ ଅଭିଭାବକ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ ଯେ ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।


No comments