Page Nav

HIDE

Grid

GRID_STYLE

Classic Header

Breaking News:

latest

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ମିଳିଲା ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’ ।

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ମିଳିଲା ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’ । ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ମିଳିଲା ‘ଶାନ୍ତି ସ୍ୱରୂପ ଭଟ୍...

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ମିଳିଲା ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’ ।
ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ମିଳିଲା ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’ । ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା-୨୦୨୦ ପାଇଁ ତାଙ୍କୁ ରସାୟନିକ ବିଜ୍ଞାନ କ୍ଷେତ୍ରରେ ଏହି ପୁରସ୍କାର ମିଳିଛି।ଶନିବାର ଦିନ କାଉନସିଲ୍‌ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ-CSIRର ପ୍ରତିଷ୍ଠା ଦିବସରେ ଏହି ପୁରସ୍କାର  ଘୋଷଣା କରାଯାଇଛି।

ଜଗତସିଂହପୁର ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିବା ଜ୍ୟୋତିର୍ମୟୀ ହେଉଛନ୍ତି ପ୍ରଥମ ଓଡ଼ିଆ ମହିଳା , ଯିଏକି ଏହି ପୁରସ୍କାର ପାଇଛନ୍ତି । ସେ ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରସାୟନ ବିଜ୍ଞାନରେ ସ୍ନାତକୋତ୍ତର କରିଥିବା ବେଳେ ଆଇଆଇଟି କାନପୁରରୁ ସେ ଡକ୍ଟରେଟ୍ ଡିଗ୍ରୀ ହାସଲ କରିଛନ୍ତି।

ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ, ଜୀବ ବିଜ୍ଞାନ, ପରିବେଶ ବିଜ୍ଞାନ ଓ ଇଞ୍ଜିନିୟରିଂ କ୍ଷେତ୍ରରେ ବିଶେଷ ଅବଦାନ ଥିବା୪୫ ବର୍ଷରୁ କମ୍‌ ବୟସର ଭାରତୀୟ ବୈଜ୍ଞାନିକଙ୍କୁ  ଏହି ପୁରସ୍କାର ଦିଆଯାଏ।

No comments