ରାଜ୍ୟ ରେ ଲଘୁଚାପ ଜନିତ ବହୋତ ବର୍ଷା। ମଙ୍ଗଳବାର) ଭୋର୍ରୁ ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ଫଳରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ଆଜି ରାତିରୁ ବର୍ଷା ଆରମ୍ଭ ହୋଇଯାଇଛ...
ମଙ୍ଗଳବାର) ଭୋର୍ରୁ ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ଫଳରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ଆଜି ରାତିରୁ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଦକ୍ଷିଣ ଉପକୂଳ ସହ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ପବନର ବେଗ ୪୫ରୁ ୫୫ କିମି ରହିବ।
୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର। ଏହି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଉପକୂଳ ରାଜ୍ୟଗୁଡ଼ିକ ସମେତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଅଧିଂକାଶ ସ୍ଥାନରେ ଆସନ୍ତାକାଲି ବର୍ଷା ହେବ। ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ବର୍ଷାର ପରିମାଣ କମ୍ ରହିବ। କିଛି କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସେ କହିଛନ୍ତି।


No comments