Page Nav

HIDE

Grid

GRID_STYLE

Classic Header

Breaking News:

latest

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ଆହୁରି ୨ ଦିନ ରହିବ। ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହେବ। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ...

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ଆହୁରି ୨ ଦିନ ରହିବ।



ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହେବ। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର କେ‌ତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ। ୮ ତାରିଖରେ ବର୍ଷା ଆହୁରି କମିଯିବ। ୯ ତାରିଖ ଆଡ଼କୁ ବର୍ଷା ପୂରା କମିଯିବ ଓ କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବ। ତେବେ ୯ ତାରିଖ ଆଡ଼କୁ ଥାଇଲାଣ୍ଡ ଉପକୂଳ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। 

No comments