ରାଜ୍ୟ ରେ ପ୍ରବଳ ବର୍ଷା କିଛି ସ୍ଥାନରେ ଲଘୁଚାପ ଲାଗି ରହିବ। ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖରୁ ରାଜ୍ୟ...
ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି।
ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ଏବଂ ୧୧ ତାରିଖ ଅପରାହ୍ନ କିମ୍ବା ସଂଧ୍ୟା ସମୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ପାଖାପାଖି ଅତିକ୍ରମ କରିବାର ସମ୍ଭାବନା ରହିଛି। ଫଳରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ମଧ୍ୟ ଘଣ୍ଟାପ୍ରତି ୪୫ରୁ ୫୫ କିମି ରହିବ। ତେଣୁ ଜନସାଧାରଣଙ୍କୁ ସତର୍କ ରହିବାକୁ ଓ ମତ୍ସ୍ୟଜୀବୀମାନଙ୍କ ୧୦ରୁ ୧୩ ତାରିଖ ଯାଏଁ ସମୁଦ୍ର ଭିତରକୁ ଯିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି।


No comments